
ବଢ଼ିଲା ହାଉସ ସର୍ଜନଙ୍କ ଷ୍ଟାଇପେଣ୍ଡ ।
ଭୁବନେଶ୍ବର: ବଢ଼ିଲା ହାଉସ ସର୍ଜନଙ୍କ ଷ୍ଟାଇପେଣ୍ଡ । ସରକାରୀ ମେଡିକାଲ ହାଉସ ସର୍ଜନଙ୍କ ଷ୍ଟାଇପେଣ୍ଡରେ ୫୦ପ୍ରତିଶତ ବୃଦ୍ଧି କଲା ସ୍ୱାସ୍ଥ୍ୟ ବିଭାଗ । ତତ୍କାଳ ଲାଗୁ ହେବ ଷ୍ଟାଇପେଣ୍ଡ ବୃଦ୍ଧି । ୨୦୨୧ ଜାନୁଆରୀରେ ହୋଇଥିବା ନିଷ୍ପତ୍ତି ଅନୁସାରେ ହାଉସ ସର୍ଜନମାନେ ଷ୍ଟାଇପେଣ୍ଡ ପାଉଥିଲେ । ପରେ ସେମାନଙ୍କ ଅଭିଯୋଗ ଅନୁସାରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।ଏନେଇ ଅର୍ଥ ବିଭାଗକୁ ମଧ୍ୟ ଅବଗତ କରାଯାଇଛି ।