ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ତରଫରୁ ଆଜି ପୁଣି ଆଇଏଏସ୍‌ ସ୍ତରରେ ଅଦଳବଦଳ ହୋଇଛି। ଏହି ଅଦଳବଦଳରେ ୪ ଜଣ ଆଇଏଏସ୍‌ଙ୍କୁ ବିଭିନ୍ନ୍ ବିଭାଗର ସଚିବ ଦାୟିତ୍ବ ପ୍ରଦାନ କରାଯାଇଛି। ସୂଚନା ଅନୁସାରେ ୧୯୯୫ ମସିହା ବ୍ୟାଚ୍‌ର ଅଇଏଏସ୍‌ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଓ ଉଚ୍ଚ ଶିକ୍ଷା ବିଭାଗର ସଚିବ ଦାୟିତ୍ବ ଦିଆଯାଇଛି। ଏହା ପୂର୍ବରୁ ସେ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ ପଦରେ ଥିଲେ।
ସେହିପରି କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୧୯୯୬ ମସିହାର ଆଇଏଏସ୍‌ ଅଧିକାରୀ ଅରବିନ୍ଦ କୁମାର ପାଢୀଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ବ ଦିଆଯାଇଛି। ସେ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଏଥିସହିତ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଗ୍ରାମ ଉନ୍ନୟନ ବିଭାଗ ଓ ସଞ୍ଜିବ ଚୋପ୍ରାଙ୍କୁ କୃଷି ବିଭାଗର ଅତିରିକ୍ତ ସଚିବ ଦାୟିତ୍ବରୁ ମୁକ୍ତ କରାଯାଇଛି।
ସେହିପରି ୧୯୯୭ ବ୍ୟାଚ୍ ଆଇଏଏସ୍ ଅଧିକାରୀ ସଞ୍ଜୟ କୁମାର ସିଂଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଶ୍ରୀ ସିଂ ଏବେ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ସେ ଅତିରିକ୍ତ ଭାବେ ବିଡିଏ ଉପାଧ୍ୟକ୍ଷ, ଭୁବନେଶ୍ୱର ସ୍ମାର୍ଟ ସିଟି ପରିଚାଳନା ନିର୍ଦ୍ଦେଶକ ଭାବେ ମଧ୍ୟ କାର୍ଯ୍ୟ ଜାରି ରଖିବେ।
ସେହିପରି କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୨୦୦୩ ବ୍ୟାଚ୍ ଆଇଏଏସ୍ ଅଧିକାରୀ ଏସ୍ ଅଶ୍ୱଥିଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଭାବେ ନିଯୁକ୍ତି ମିଳିଛି।

Related Articles

Back to top button