
୨୨ ତାରିଖ ପର୍ଯ୍ୟନ୍ତ ଝଡବର୍ଷା ନେଇ ଆକଳନ କରିଛି ଆଇଏମଡି
ଜାରି ରହିଛି କାଳବୈଶାଖୀ ପ୍ରଭାବ । ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ଝଡବର୍ଷା ନେଇ ଆକଳନ କରିଛି ଆଇଏମଡି । ଆଜି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାରେ ବଜ୍ରପାତ ସହିତ ବର୍ଷା ଏବଂ ପବନ ବହିବାର ସମ୍ଭାବନା ରହିଛି । ଏନେଇ ଏହି ସମସ୍ତ ଜିଲ୍ଲାକୁ ଓ୍ବେଲ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପବନ ବେଗ ୫୦-୬୦ କିଲୋମିଟର ପ୍ରତି ଘଣ୍ଟା ପର୍ଯ୍ୟନ୍ତ ରହିବ। ଗଜପତି ଏବଂ ଗଞ୍ଜାମ ଜିଲ୍ଲାରେ ୪୦-୫୦ କିଲୋମିଟର ପ୍ରତି ଘଣ୍ଟା ପବନ ବହିବାର ସମ୍ଭାବନା ରହିଛି।
ସେହିପରି ମାଲକାନଗିରି,ରାୟଗଡା, କୋରାପୁଟ, ନବରଙ୍ଗପୁର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ପବନ ବହିବାର ସମ୍ଭାବନା ରହିଛି । ୧୯ ଏପ୍ରିଲରେ ବାଲେଶ୍ୱର, ଭଦ୍ରକ ଏବଂ ମୟୂରଭଞ୍ଜ ଜିଲ୍ଲାରେ ଘଡ଼ଘଡ଼ି ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୪୦-୫୦ କିଲୋମିଟର ବେଗରେ ପବନ ବହିପାରେ । ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ୩୦-୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଅଛି।ଏପ୍ରିଲ ୨୦ ତାରିଖରେ ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ବିଜୁଳି ଏବଂ ପବନ ସହିତ ବର୍ଷା ହେବ। ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ରହିବାର ସମ୍ଭାବନା ରହିଛି । ଏପ୍ରିଲ ୨୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଗଜପତି, ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ସମାନ ପାଗ ଅନୁଭୂତ ହେବାର ସମ୍ଭାବନା ରହିଛି । ୨୨ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାରେ ଘଡ଼ଘଡ଼ି ସହିତ ବିଜୁଳି ଏବଂ ୩୦-୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।