
ସୈାମ୍ୟାଶ୍ରୀ ଘଟଣାରେ ପ୍ରତ୍ୟେକ୍ଷ ଓ ପରୋକ୍ଷରେ ସମ୍ପୃକ୍ତ ଥିବା କାହାକୁ ଛଡ଼ାଯିବନି ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ
ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ଲୋକସେବା ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକ ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ସନ୍ଧ୍ୟା ପରେ ବଡ଼ ନିଷ୍ପତ୍ତି ନିଆଯିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରୁ ଫେରିବା ପରେ ନିଷ୍ପତ୍ତି ନିଆଯିବ । ଘଟଣା ପଛରେ ଯିଏ ବି ଥିବେ କାର୍ଯ୍ୟାନୁଷ୍ଠାନ ହେବ । କେବଳ ପ୍ରିନ୍ସିପାଲ, HOD ନୁହଁନ୍ତି ଅନ୍ୟମାନେ ତଦନ୍ତ ପରିସରଭୁକ୍ତ ହେବେ । ତଦନ୍ତ ପରିସରକୁ ଆହୁରି ବ୍ୟାପକ କରାଯିବ । ଘଟଣାରେ ସମ୍ପୃକ୍ତ କେହି ବର୍ତ୍ତିବେ ନାହିଁ । ପ୍ରତ୍ୟେକ୍ଷ ଓ ପରୋକ୍ଷରେ ସମ୍ପୃକ୍ତ ଥିବା କାହାକୁ ଛଡ଼ାଯିବନି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।
ଲୋକସେବା ଭବନରେ ବସିଥିବା ବୈଠକରେ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ରାଜସ୍ବ ମନ୍ତ୍ରୀ ଏବଂ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ। FM କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଆଲୋଚନା ହୋଇଥିଲା। ସୌମ୍ୟାଶ୍ରୀଙ୍କ ପରିବାରକୁ ନ୍ୟାୟ ଦେବାକୁ ସମସ୍ତ ପଦକ୍ଷେପ ନିଆଯିବ । ଏଭଳି ଘଟଣା ପୁନରାବୃତ୍ତି ନ ହେଉ ସେନେଇ ମଧ୍ୟ ପଦକ୍ଷେପ ନିଆଯିବ ବୋଲି ବୈଠକରେ ଆଲୋଚନା ହୋଇଥିଲା ।