୫୦୦ ଡେଇଁଲା ସ୍କ୍ରବ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା

ସ୍କ୍ରବ ଟାଇଫସ୍ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ଏପରିକି ଦିନକୁ ହାରାହାରି ୨୦ ଜଣ ରୋଗୀ ଚିହ୍ନଟ ହେଉଛନ୍ତି । ପୁଣି ୨୪ ଘଣ୍ଟା ମଧ୍ୟରେ ୧୩ ଜଣ ସ୍କ୍ରବ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏନେଇ ସରକାରଙ୍କ ତରଫରୁ ଅନେକ ବ୍ୟବସ୍ଥା କରାଯାଇଛି । ମଗଣାରେ ଔଷଧ ମଧ୍ୟ ଦିଆଯାଉଛି । କୀଟନାଶକ ଔଷଧ ସିଞ୍ଚନ କାର୍ଯ୍ୟ ମଧ୍ୟ ଚାଲୁରହିଛି ।

ସୂଚନା ଅନୁଯାୟୀ, ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ ଟାଇଫସ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି । ଦୈନିକ ୧୦-୨୦ ଜଣ ରୋଗୀ ଚିହ୍ନଟ ହେଉଛନ୍ତି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୩୮ଟି ନମୁନା ପରୀକ୍ଷା କରାଯାଇଥିଲା । ସେଥି ମଧ୍ୟରୁ ୧୩ ଜଣ ପିଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ସୁନ୍ଦରଗଡ଼ ଜିଲ୍ଲାରେ ୫୦୦ ଡେଇଁଛି ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟ ।

 

 

Related Articles

Back to top button