ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁବ।

ଆସନ୍ତା ଦୁଇରୁ ତିନି ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁବ। ଓଡିଶା ଛୁଇଁବା ପାଇଁ ପାଗ ଅନୁକୂଳ ରହିଛି । ତେବେ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ହେବ । ବଜ୍ରପାତ ନେଇ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳରେ ପ୍ରବଳ ବର୍ଷା ହେବ । ଏହି କାଳବୈଶାଖୀ ମୌସୁମୀକୁ ବାଟ କଢାଇବାରେ ସହାୟକ ହେବ । ୮, ୯, ୧୦ ତାରିଖରେ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ହେବ ବୋଲି କହିଛି ପାଣିପାଗ କେନ୍ଦ୍ର।

ବରଗଡ଼, ବଲାଙ୍ଗୀର ଏବଂ ନୂଆପଡାରେ ହିଟଓ୍ବେଭ ନେଇ ସତର୍କ ଜାରି ହୋଇଛି । ୪୦ ରୁ ୪୩ ଡିଗ୍ରୀ ମଧ୍ୟରେ ତାପମାତ୍ରା ରେକର୍ଡ ହୋଇପାରେ । ଅନ୍ଯପଟେ ୫ ଦିନ ପର୍ଯ୍ୟନ୍ତ ଗରମ ଗୁଳୁଗୁଳିରେ ସନ୍ତୁଳି ହେବେ ଉପକୂଳବାସୀ ।

Related Articles

Back to top button