ପାଣିପାଗ ବିଭାଗ ଦେଲା ସୂଚନା :ଓଡ଼ିଶା ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଓଡ଼ିଶା ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସ୍ୱାଭାବିକ ୪ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁବା ପରେ ମାଲକାନଗିରି ଜିଲାର ବିଭିନ୍ନ ଅଞ୍ଚଳରେ ସକ୍ରିୟ ରହିଛି। ପ୍ରଭାବରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇଛି। ଶୁକ୍ରବାର ରାତିରୁ ମାଲକନାଗିରିର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ଶନିବାର ମୌସୁମୀ ବାୟୁ ସକ୍ରିୟ ରହିଛି। ପର୍ଯ୍ୟାୟକ୍ରମେ ରାଜ୍ୟର ଅନ୍ୟ ସ୍ଥାନକୁ ମୌସୁମୀ ବାୟୁ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Related Articles

Back to top button