ମାଘ ମାସରେ ଶୀତ ବଦଳରେ ବଢ଼ି ଚାଲିଛି ତାପମାତ୍ରା

ଜଳବାୟୁ ପରିବର୍ତ୍ତନ ଯୋଗୁଁ ଏବର୍ଷ ମାଘ ମାସରେ ଶୀତ ବଦଳରେ ତାପମାତ୍ରା ବଢ଼ି ଚାଲିଛି । ଯଦିଓ ବର୍ତ୍ତମାନ ସୁଦ୍ଧା ଖରା ଜନିତ ସମସ୍ୟାର ଆଶଙ୍କା ଦେଖାଦେଇନି, ତଥାପି ଆମକୁ ସଚେତନ ଓ ପ୍ରସ୍ତୁତ ରହିବାକୁ ପଡ଼ିବ। ପୂର୍ବରୁ ଅଂଶୁଘାତ ପାଇଁ ପ୍ରତି ଜିଲ୍ଲାକୁ ଷ୍ଟାଣ୍ଡାର୍ଡ ଆଡଭାଇଜରି ବା SOP ଜାରି ହୋଇଛି । ଆଗକୁ ଅଂଶୁଘାତ ଭଳି ସ୍ଥିତି ଆସିଲେ, ଆଉ ଥରେ ରିମାଇଣ୍ଡର ଦିଆଯିବ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ପୂର୍ବରୁ ଜାରି SOPରେ ଲୋକଙ୍କୁ ସତର୍କ କରାଇବା ସହ ମେଡିକାଲ ପ୍ରସ୍ତୁତ ରଖିବା, ଆବଶ୍ୟକ ଔଷଧ ମହଜୁଦ ରଖିବା, ପ୍ରତି ହସ୍ପିଟାଲରେ ଅଂଶୁଘାତ ଲାଗି ଡେଡିକେଟେଡ ବେଡ୍ ରଖାଯିବାକୁ ନିର୍ଦ୍ଦେଶ ଯାଇଛି। ଅଂଶୁଘାତ ସମ୍ପର୍କିତ ତଥ୍ୟ ପ୍ରଦାନ ପାଇଁ ମଧ୍ଯ ନିର୍ଦ୍ଦେଶ ରହିଛି। ଆଗକୁ ଏନେଇ ପ୍ରତି ଜିଲ୍ଲାକୁ ପୁଣି ଥରେ ରିମାଇଣ୍ଡର ଦିଆଯିବ । ତେବେ ବରିଷ୍ଠ ନାଗରିକ, ମଦ୍ୟପାନ କରୁଥିବା ବ୍ୟକ୍ତି ଓ କୋମରବିଡ ରୋଗୀଙ୍କୁ ଅଂଶୁଘାତ ଆଶଙ୍କା ଅଧିକ ରହିଛି । ତେଣୁ ସେମାନେ ଅଧିକ ସତର୍କ ରହିବା ଆବଶ୍ୟକ ବୋଲି ପରାମର୍ଶ ଦେଇଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ।

Related Articles

Back to top button