ଆଗାମୀ ୭ ଦିନ ଯାଏଁ ଓଡ଼ିଶାରେ ଲାଗି ରହିବ ବର୍ଷା ।

ଆଗାମୀ ୭ ଦିନ ଯାଏଁ ଓଡ଼ିଶାରେ ଲାଗି ରହିବ ବର୍ଷା । ରାଜ୍ୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ରହିବ । ଯାହାକୁ ନେଇ ସତର୍କ ଜାରି କରିଛି ପାଣିପାଗ ବିଭାଗ । ରାଜ୍ୟ ଉପରେ ବର୍ତ୍ତମାନ କୌଣସି ପାଣିପାଗର ନିୟାମକ ସକ୍ରିୟ ନଥିଲେ ମଧ୍ୟକିଛି ଦିନ ବର୍ଷା ଲାଗି ରହିବ । ସେପଟେ ବର୍ଷା ହେଉଥିଲେ ମଧ୍ୟ ଅନେକ ସ୍ଥାନରେ ଏବେ ବି ଗରମ ଗୁଳୁଗୁଳି ଅନୁଭୂତ ହେଉଛି ।ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷା ନେଇ ସତର୍କ କରାଇଲା ପାଣିପାଗ ବିଭାଗ। ଏନେଇ ୭ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଖୋର୍ଦ୍ଧା, କଟର ଏବଂ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।ଏହି ସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ବାହାରେ ଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ସେପଟେ ଉତ୍ତର ବଙ୍ଗୋପସାଗରରେ ଓ ତାର ପାଶ୍ୱବର୍ତ୍ତୀ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା କାରଣରୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

Related Articles

Back to top button