ଜଗନ୍ନାଥଙ୍କ ଜମି ବିବାଦ ଦୁଇ ବର୍ଷ ମଧ୍ୟରେ ତୁଟିବ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

୩ ମାସ ଭିତରେ ସରକାର ଆଣିବେ ନୂଆ ୟୁନିଫର୍ମ ଲ୍ୟାଣ୍ଡ ପଲିସି। ଏନେଇ ଆଜି ଶନିବାର ଗୃହରେ ଉତ୍ତର ରଖିଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଜଗନ୍ନାଥଙ୍କ ଜମି ବିବାଦ ଦୁଇ ବର୍ଷ ମଧ୍ୟରେ ତୁଟିବ। ଜବରଦଖଲ କରିଥିବା ଲୋକଙ୍କୁ ୧୦୦ ଡେିସିମିଲ ଜାଗା ରିହାତି ଦରରେ ଯୋଗାଇଦିଆଯିବ।ଯେଉଁମାନେ ଅଧିକ ବର୍ଷ ଜଗନ୍ନାଥଙ୍କ ଜମି ଜବରଦଖଲ କରିଥିବେ ତାଙ୍କୁ ୧୦୦ ଡିସିମିଲ ଜାଗା ରିହାତି ଦରରେ ରାଜ୍ୟ ସରକାର ଯୋଗାଇ ଦେବେ। କୋରାପୁଟରେ ୨୭ ହାଜର ୪୧୦ ଏକର ଜଗନ୍ନାଥ ଜମି ଚିହ୍ନଟ ହୋଇଛି। କୋରାପୁଟ ଜିଲ୍ଲାରେ ଜଗନ୍ନାଥ ଜମି ଯେଉଁଠି ଜବର ଦଖଲ ହୋଇଥିଲା, ତାକୁ ଜବର ଦଖଲ ମୁକ୍ତ କରାଯାଇଛି। ୨୪ ଟି ଜିଲ୍ଲାରେ ୬୦ ହଜାର ୪୨୬.୯୪ ଏକର ଜଗନ୍ନାଥଙ୍କ ଜମି ରହିଛି। ୩୮ ହଜାର ୬୧ ଏକର ଜମିର ସଂଶ୍ୱଧିତ ଶେତ୍ୱଲିପି ରାଜ୍ୟ ସରକାରଙ୍କ ପାଖରେ ରହିଛି । ଯାହାର ଡିଜିଟାଇଜେସନ ପ୍ରକ୍ରିୟା ଜାରି ରହିଛି । ୨୨ ହଜାର ଏକର ଜମିର ଆରୋଆର ଯୋଗାଡ଼ ଚାଲିଛି । ରାଜ୍ୟ ବାହାରେ ୬ ଟି ପ୍ରଦେଶ ରେ ୩୯୫.୨୫ ଏକର ଜଗନ୍ନାଥ ଜମି ରହିଛି । ଏନେଇ ବିଧାନସଭା ପ୍ରଶ୍ନକାଳରେ ତଥ୍ୟ ରଖିଛନ୍ତି ଆଇନ ମନ୍ତ୍ରୀ ।

Related Articles

Back to top button