ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଧର୍ମପତ୍ନୀ ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଧର୍ମପତ୍ନୀ ତଥା ପୂର୍ବତନ ସାଂସଦ ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକ । ଏକ ଘରୋଇ ହସ୍‌ପିଟାଲରେ ତାଙ୍କର ଦେହାନ୍ତ ହୋଇଛି ।  ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହେଇଥିଲା।

ପୂର୍ବତନ ସାଂସଦ, ଜାତୀୟ ମହିଳା କମିସନର ପ୍ରଥମ ଅଧ୍ୟକ୍ଷା ଜୟନ୍ତୀ ପଟ୍ଟନାୟକଙ୍କର ଦେହାନ୍ତରେ  ପିସିସି ସଭାପତି ଶରତ ପଟ୍ଟନାୟକ ଏବଂ ପୂର୍ବତନ ପିସିସି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକଙ୍କ ସମେତ ବହୁ  ନେତୃବୃନ୍ଦ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଜୟନ୍ତୀ ପଟ୍ଟନାୟକ ଜଣେ ରାଜନେତ୍ରୀ, ସାହିତ୍ୟିକା, ଅନୁବାଦିକା, ସାହିତ୍ୟ ସଂଗଠିକା, ସମାଜସେବିକା ଓ ବକ୍ତା ଭାବେ ରାଜ୍ୟ ଓ ରାଜ୍ୟ ବାହାରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ । ୧୯୫୩ ମସିହାରେ ସେ ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ବିବାହ କରିଥିଲେ । ତାଙ୍କର ୨ ଝିଅ ସୁଦତ୍ତା ଓ ସୁଜାତା ଏବଂ ଏକମାତ୍ର ପୁଅ ପୃଥ୍ୱୀବଲ୍ଲଭ ପଟ୍ଟନାୟକ ଅଛନ୍ତି ।

Related Articles

Back to top button