ଜୁଲାଇ ୪ ଓ ୧୧ରେ ଆସୁଛି ଦୁଇଟି ଲଘୁଚାପ !

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିଷ୍କ୍ରିୟ ଥିବାରୁ ଜୁନ୍‍ ଶେଷ ସୁଦ୍ଧା ରାଜ୍ୟରେ ୨୨ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଜୁଲାଇ ୩ରୁ ଉପକୂଳ ଏବଂ ଏହା ପାଶ୍ୱର୍ବର୍ତ୍ତୀ ଜିଲ୍ଲାରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ଥିବାର ପୂର୍ବାନୁମାନ କରାଯାଇଛି । ଜୁଲାଇ ୪ରୁ ୫ ତାରିଖ ବେଳକୁ କେନ୍ଦ୍ରୀୟ ପଶ୍ଚିମ ବଙ୍ଗୋପ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଥିବାବେଳେ ଦ୍ୱିତୀୟ ସପ୍ତାହର ୧୧ରୁ ୧୨ ତାରିଖ ମଧ୍ୟରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଯାହାଫଳରେ ଜୁଲାଇ ମାସରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି ।

ଅନ୍ୟପଟେ ରାଜ୍ୟରେ ମୌସୁମୀବାୟୁ ସକ୍ରିୟ ରହିଛି । ଏହାର ପ୍ରଭାବରେ କେତେକ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି । ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ସପ୍ତାହରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ସୋମବାରଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବ । ଆସନ୍ତା ସୋମବାର ଘଡ଼ଘଡ଼ି ସହ ବର୍ଷା ହେବା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, କଟକ, ଜଗତ୍‍ସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଉପରମୁଣ୍ଡରେ ବର୍ଷାଯୋଗୁଁ ଛତିଶଗଡ଼ର କଲମା ବ୍ୟାରେଜର ସବୁ ଗେଟ୍‍ ଖୋଲାଯାଇଛି । ଫଳରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି । ଆଜି ଦିନ ୧୨ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୦୩ ଦଶମିକ ୬/୭ ଫୁଟ ଥିଲା । ଜଳଭଣ୍ଡାରକୁ ୭୯ ହଜାର ୨୬୨ କ୍ୟୁସେକ୍‍ ଜଳ ପ୍ରବେଶ କରୁଥିବାବେଳେ ଜଳଭଣ୍ଡାରରୁ କେନାଲ ଓ ଗେଟ୍‍ ଦେଇ ୨୯ ହଜାର ୭୭୨ କ୍ୟୁସେକ ପାଣି ଛଡାଯାଉଛି ।

Related Articles

Back to top button