ଆଜି ଭାଦ୍ରବ କୃଷ୍ଣ ଏକାଦଶୀ ତିଥି, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାଳୀୟଦଳନ ବେଶ

ପୁରୀ : ଆଜି ଭାଦ୍ରବ କୃଷ୍ଣ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାଳୀୟଦଳନ ବେଶ ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ରତ୍ନସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସୁସଜ୍ୱିତ କରାଯାଇଥାଏ ।

ଏହି ବେଶରେ ପ୍ରଭୁ ଶ୍ରୀ ଜଗନ୍ନାଥ ଓ ଶ୍ରୀ ବଳଭଦ୍ର କାଷ୍ଠ ନିର୍ମିତ ବେତ, ସୂତା ଓ କନାରେ ପ୍ରସ୍ତୁତ ପ୍ରାୟ ୩୦ ଫୁଟ ଲମ୍ୱର ବିରାଟକାୟ ସପ୍ତଫେଣିଆ କାଳୀୟ ସର୍ପକୁ ରତ୍ନସିଂହାସନ ଉପରକୁ ନିଆଯାଇଥାଏ । ଫେଣିଆ ମସ୍ତକ ଶ୍ରୀ ଜଗନ୍ନାଥଙ୍କ ଶ୍ରୀପୟର ତଳେ ଓ ଅବଶିଷ୍ଟ ଅଂଶ ଠାକୁରଙ୍କ ସମସ୍ତ ଶରୀରକୁ ଆବୃତ କରି ରଖାଯାଏ ।

ଦେବୀ ସୁଭଦ୍ରାଙ୍କୁ ସାଧାରଣ ବେଶରେ ଓ ଶ୍ରୀ ବଳଭଦ୍ରଙ୍କ ଦୁଇ ପାର୍ଶ୍ୱରେ ଗୋଟିଏ ଲେଖାଏଁ କାଷ୍ଠ ନିର୍ମିତ ଗାଇ ବାଛୁରୀ ରଖାଯାଇଥାଏ। ଏହି ବେଶ ଦର୍ଶନ କଲେ ପୁନର୍ଜନ୍ମ ମିଳିନଥାଏ ବୋଲି ବିଶ୍ୱାସ ରହିଛି।

Related Articles

Back to top button