ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ସହାୟତା

ରାଜ୍ୟର ୪୬ ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ସହାୟତା । ୯୩୩.୭ କୋଟି ଟଙ୍କାର କାଳିଆ ସହାୟତା ପ୍ରଦାନ କରିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ଚାଷୀ ଭାଇଭଉଣୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ କାଳିଆ ସହାୟତା ବାବଦରେ ୨ ହଜାର ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ବାରା ୪୫ ଲକ୍ଷରୁ ଅଧିକ ଚାଷୀ ଉପକୃତ ହେବେ । ସେହିପରି ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ଓ ସେମାନଙ୍କୁ କୃଷି ସମ୍ବନ୍ଧୀୟ ବୈଷୟିକ ସହାୟତା ପ୍ରଦାନ ନିମନ୍ତେ ମୁଖ୍ୟମନ୍ତ୍ରୀ ୩୦ଟି ଜିଲ୍ଲାରେ କାଳିଆ କେନ୍ଦ୍ର ଉଦ୍‌ଘାଟନ କରିଛନ୍ତି ।

Related Articles

Back to top button