କରମଣ୍ଡଳ ଏକ୍ସପ୍ରେସ୍‌ ୮ ବଗି ଲାଇନଚ୍ୟୁତ, ୧୦ ମୃତ

ବାଲେଶ୍ବର : ବାଲେଶ୍ବରରେ ବାହାନଗା ଷ୍ଟେସନ୍‌ ନିକଟ ପଣପଣାଠାରେ କରମଣ୍ଡଳ ଏକ୍ସପ୍ରେସ୍‌ (୧୨୮୪୧-ଅପ୍‌) ଦୁର୍ଘଟଣାଗ୍ରସ୍ତ ହୋଇଛି। ଆଜି ଟ୍ରେନ୍‌ଟି ସାଲିମାରରୁ ଚେନ୍ନାଇ ଯାଉଥିଲା। ଏହି ସମୟରେ ଅପରାହ୍ନ ପ୍ରାୟ ୭ଟା‌ ୫ ମିନିଟ୍‌ରେ ବାହାନଗା ଷ୍ଟେସନ୍‌ ନିକଟରେ ଛିଡ଼ା ହୋଇଥିବା ଏକ ମାଲ୍‌ବାହୀ ଟେନ୍‌ ଉପରେ ଏହା ଚଢ଼ିଯାଇଥିଲା। ଫଳରେ ଟ୍ରେନ୍‌ର ୮ଟି ବଗି ରେଳଧାରଣାରୁ ତଳକୁ ଖସିପଡ଼ିଛି।

ଦୁର୍ଘଟଣା ଅତି ଭୟଙ୍କର ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦୦ରୁ ଅଧିକ ଆହତ ହୋଇଥିବା ଜଣାପଡିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ରେଳବାଇ ପୁଲିସ ସହ ସ୍ଥାନୀୟ ସୋର, ବାହାନଗା ପୁଲିସ ତଥା ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି। ଏଥି ସହିତ ଏନଡିଆଏଫ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ସାରିଛନ୍ତି। ଆହତମାନଙ୍କୁ ନିକଟସ୍ଥ ବାହାନଗା, ସ‌ୋର ଓ ବାଲେଶ୍ବର ଡାକ୍ତରଖାନା ନିଆଯାଉଛି।

ସ୍ଥାନୀୟ ଲୋକେ ଯଥା ସମ୍ଭବ ଚେଷ୍ଟା କରି ଯାତ୍ରୀମାନଙ୍କୁ ଉଦ୍ଧାର କରି ମେଡ଼ିକାଲ୍‌ ନେଇଥିଲେ। ଏହି ଘଟଣା ପରେ ଉଦ୍ଧାର କାର୍ଯ୍ୟ ଲାଗି ଓଡ୍ରାଫ ଟିମ୍ ଘଟଣାସ୍ଥଳରେ ପହଞ୍ଚିଥିବା ଜଣାଯାଇଛି। ସ୍ବତନ୍ତ୍ର ରିଲିଫ୍ କମିସନର ବାଲେଶ୍ବର ଜିଲ୍ଲାପାଳଙ୍କୁ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ତଦାରଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହପରି ବାଲେଶ୍ବର ଏସପିଙ୍କୁ ଘଟଣାସ୍ଥଳରେ ପହଞ୍ଚିବାକୁ କୁହାଯାଇଛି।ଘଟଣାସ୍ଥଳ ଅନ୍ଧାର ରହିଥିବ‌ାରୁ ଉଦ୍ଧାର କାର୍ଯ୍ୟ ତ୍ବରାନ୍ବିତ ହୋଇପାରୁନାହିଁ।

Related Articles

Back to top button