ଆଜି ରାଜ୍ୟର ଆଉ 5 ଜିଲ୍ଲାରେ ଗଡ଼ିଛି ଲକ୍ଷ୍ମୀ ବସ୍ : ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମୁଖ୍ୟମନ୍ତ୍ରୀ କରିଛନ୍ତି ଶୁଭାରମ୍ଭ

ଆଜି ରାଜ୍ୟର ଆଉ 5 ଜିଲ୍ଲାରେ ଗଡ଼ିଛି ଲକ୍ଷ୍ମୀ ବସ୍ ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବଲାଙ୍ଗିର, ବରଗଡ, ମୟୁରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି । 5T ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆଜିର ଶୁଭାରମ୍ଭ ପରେ 5 ଟି ଜିଲ୍ଲାର 1340 ଟି ପଞ୍ଚାୟତରେ 301 ଟି ବସ୍‌ ଚାଲିଲା । ଏହା ଦ୍ୱାରା 83 ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲକ୍ଷ୍ମୀ ବସ୍‌ ଆମ ଜୀବନକୁ ସହଜ କରିଛି । ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଏହା ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି।

ଗ୍ରାମାଞ୍ଚଳରେ ଗମନାଗମନର ବହୁ ସମସ୍ୟା ରହିଥିଲା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଏ ବିଷୟରେ ଜାଣି ନିଷ୍ପତ୍ତିକ୍ରମେ ଏହି ଲକ୍ଷ୍ମୀ ବସ୍‌ ଯୋଜନା ଆରମ୍ଭ କରାଗଲା । ଗ୍ରାମାଞ୍ଚଳ ଲୋକମାନେ ସୁବିଧାରେ ଏବଂ କମ ଖର୍ଚ୍ଚରେ ତାଙ୍କର ଦୈନନ୍ଦିନ କାର୍ଯ୍ୟ ପାଇଁ ଘର ପାଖରୁ ଏହି ବସ୍‌ କୁ ବ୍ୟବହାର କରିପାରିବେ ।

Related Articles

Back to top button