ଜୀବନବ୍ୟାପୀ ସାଧନା ସମ୍ମାନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ

ନୂଆଦିଲ୍ଲୀ :  “ଜୀବନବ୍ୟାପୀ ସାଧନା ସମ୍ମାନ ”ରେ ମୁଖ୍ୟମନ୍ତ୍ରୀ ସମ୍ମାନିତ ହୋଇଛନ୍ତି । ରାଜଧାନୀ ଦିଲ୍ଲୀରେ ସମ୍ମାନିତ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନୂଆ ଦିଲ୍ଲୀର ଇଣ୍ଡିଆ ଇଣ୍ଟରନେସନାଲ ସେଣ୍ଟରରେ କ୍ୟାପିଟାଲ ଫାଉଣ୍ଡେସନ୍ ସୋସାଇଟି ପକ୍ଷରୁ ତାଙ୍କୁ ସମ୍ମାନିତ କରାଯାଇଛି ।

ପୂର୍ବତନ ସିଜେଆଇ ଜଷ୍ଟିସ ଏନ.ଭି.ରମଣାଙ୍କ ଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ଗ୍ରହଣ କରିଛନ୍ତି । ତାଙ୍କର ଉଲ୍ଲେଖନୀୟ ନେତୃତ୍ୱ ପାଇଁ ଏହି ସମ୍ମାନରେ ତାଙ୍କୁ ସମ୍ମାନିତ କରାଯାଇଛି  । ଦୀର୍ଘ ଦୁଇ ଦଶନ୍ଧି ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଜନକଲ୍ୟାଣ ନେତୃତ୍ୱ ଦ୍ୱାରା ଓଡ଼ିଶା ବିକାଶର ନୂଆ ଅଧ୍ୟାୟ ସୃଷ୍ଟି କରିପାରିଛନ୍ତି।

ଖାଦ୍ୟ ସୁରକ୍ଷାଠାରୁ ଆରମ୍ଭ କରି ବିପର୍ଯ୍ୟୟ ପରିଚାଳନା, କ୍ରୀଡ଼ାର ବିକାଶ, ମହିଳା ସଶକ୍ତିକରଣ କ୍ଷେତ୍ରରେ ଓଡ଼ିଶା ଅନ୍ୟମାନଙ୍କ ପାଇଁ ଉଦାହରଣ ହେବା ସହ ଓଡିଶା ମଡେଲକୁ ସାରା ବିଶ୍ୱ ପ୍ରଶଂସା କରୁଛି । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରରେ ବହୁ ପ୍ରତିଷ୍ଠିତ ସଂସ୍ଥା ପକ୍ଷରୁ ପୂର୍ବରୁ ସମ୍ମାନିତ କରାଯାଇଛି।

Related Articles

Back to top button