ରବିବାର ଓ ସୋମବାର ରାଜ୍ୟର କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ରବିବାର ଓ ସୋମବାର ରାଜ୍ୟର କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଆଜି ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ବରଗଡ, ସମ୍ବଲପୁର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲରେ ଗୋଟିଏରୁ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ହୋଇପାରେ। ସେହିପରି ୪ ତାରିଖରେ କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ବେଳେ ବାକି ଜିଲ୍ଲାରେ ପାଗ ଶୁଖିଲା ରହିବା ନେଇ କେନ୍ଦ୍ର ପକ୍ଷରୁ ପୂର୍ବନୁମାନ କରାଯାଇଛି।

ଗତକାଲି ରାଜ୍ୟର ୧୩ ସହରର ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ଉପରେ ରେକର୍ଡ କରାଯାଇଛି। ମାଲକାନଗିରିରେ ଗତକାଲି ଦିନରେ ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ୍‌ ରହିଥିବା ବେଳେ ଏହା ତଳକୁ ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ଆସନ୍ତା ୨ ଦିନ ଦିନ ତାପମାତ୍ରାରେ ୨ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ଘଟିବା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁଯାୟୀ ଗତକାଲି ମାଲକାନଗିରି, ଭୁବନେଶ୍ୱର ବ୍ୟତୀତ ଝାରସୁଗୁଡା, ଭବାନୀପାଟଣା, ବଲାଙ୍ଗୀର, ଟିଟିଲାଗଡ, ସୋନପୁର, ନୟାଗଡ, ବୌଦ୍ଧ, ପାରଳାଖେମୁଣ୍ଡି, ରାୟଗଡା, ଢେଙ୍କନାଳ ଓ ଜଗତସିଂହପୁରରେ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ୍‌ ଉପରେ ରହିଥିଲା।

Related Articles

Back to top button