୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡ଼ଘଡି଼ ସହ ବର୍ଷା ହେବାର ସମ୍ଭାବନା

ରାଜ୍ୟର କିଛି ସ୍ଥାନରେ ବର୍ଷା ହେଉଥିବା ବେଳେ ଆଉ କିଛି ସ୍ଥାନ ଶିଖିଲା ରହିଛି । ଏବେବି ରାଜ୍ୟରେ ମୌମୁମୀ ସକ୍ରିୟ ରହିଛି । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ତାଜା ସୂଚନା ଅନୁସାରେ, ବଙ୍ଗୋପସାଗର ମଧ୍ୟରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟ ମଧ୍ୟକୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଛି ।ଏହି ବାୟୁ- ଉତ୍ତର ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଶୁଷ୍କ ବାୟୁ ସହ ସଂସ୍ପର୍ଶରେ ଆସି ପ୍ରତିକ୍ରିୟାଶୀଳ ହେବା ଫଳରେ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡ଼ଘଡି଼ ସହ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଦକ୍ଷିଣ ଓ ଉତ୍ତର ଓଡିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ବିଶେଷକରି, ସମ୍ବଲପୁର, ଦେବଗଡ଼, ଝାରସୁଗୁଡା, ଅନୁଗୁଳ, ମୟୂରଭଂଜ, କେନ୍ଦୁଝର, ବାଲେଶ୍ବର, ବରଗଡ ଓ ସୁନ୍ଦରଗଡ ।

କିନ୍ତୁ ଏବେ ରାଜ୍ୟରେ ଅନେକ ସ୍ଥାନରେ ଗୁଳୁଗୁଳି ମଧ୍ୟ ଅନୁଭୂତ ହେଉଛି । ଗତକାଲି କିଛି ସ୍ଥାନରେ ଗରମ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର ଥିଲା। ସମ୍ବଲପୁରରେ ୩୬.୨ ଡିଗ୍ରୀ ସେଲସିୟସ୍ ତାପମାତ୍ରା ରେକର୍ଡ଼ ହୋଇଥିଲା । ସେହିପରି ରାଜଧାନୀ ଭୁବନେଶ୍ବରରେ୩୪.୮, କଟକରେ ୩୨.୨ ଡିଗ୍ରୀ ତାପମାତ୍ରା ରେକର୍ଡ଼ ହୋଇଥିଲା । ଏବଂ ଫୁଲବାଣୀରେ ସର୍ବନିମ୍ନ ୨୦.୫ ଡିଗ୍ରୀ ସେଲସିୟସ୍ ତାପମାତ୍ରା ରେକର୍ଡ଼ ହୋଇଥିଲା । ସେପଟେ, ଦଶହରାରେ ପାଗ ମେଘୁଆ ରହିବ ବୋଲି ବିଭାଗ ପୂର୍ବାନୁମାନ କରିଛି । ୧୧ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ । ଫଳରେ ଦଶହରାରେ ଅନେକ ସ୍ଥାନରେ ବର୍ଷା ହୋଇପାରେ । ବର୍ତ୍ତମାନ ଓଡିଶା ଉପରେ କୌଣସି ନିର୍ଦ୍ଦିଷ୍ଟ ପାଣିପାଗର ପ୍ରକ୍ରିୟା ପ୍ରଭାବ ପଡିବ ନାହିଁ ।

Related Articles

Back to top button