ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୋମବାର ସୃଷ୍ଟି ହୋଇଛି । ୮ ତାରିଖ ଯାଏଁ ଏହା ଉତ୍ତରପଶ୍ଚିମ ଦିଗରେ ଗତି କରିବ । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡକୁ ଗତି କରିବ । ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡକୁ ଗତି କରିବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।ସେହିପରି ଆସନ୍ତା ୯ ତାରିଖ ଯାଏଁ ରାଜ୍ୟରେ ମେଘୁଆ ପାଗ ସହ କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୭ ତାରିଖରେ ମାଲକାନଗିରି, କୋରାପୁର ଓ ରାୟଗଡାର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଥିବା ବେଳେ ୮ ରୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କେତେକ ସ୍ଥାନରେ ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ଅନୁମାନ କରିଛି ।

Related Articles

Back to top button