ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୬ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର: ପୁଣି ବର୍ଷା । ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୬ ତାରିଖ ଯାଏ ବର୍ଷା ଲାଗି ରହିବ ।

ପ୍ରବଳ ବର୍ଷା ନେଇ ୪ ତାରିଖ ସକାଳ ଯାଏ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ସେହିଭଳି ୪ ତାରିଖରେ ମାଲକାନଗିରି, କୋରାପୁଟ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ପ୍ରବଳ ବର୍ଷା ନେଇ ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ ଓ ନୟାଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

୫ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବ । ୬ ତାରିଖରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

Related Articles

Back to top button