ଆସନ୍ତାକାଲି ସକାଳ ସୁଦ୍ଧା ଲଘୁଚାପ ଅବପାତରେ ପରିଣତ ହେବ

ଭୁବନେଶ୍ୱର: ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ବାଙ୍ଗଲାଦେଶ ଏବଂ ମିଆଁମାର ଉପକୂଳରେ ସକ୍ରିୟ ରହିଛି ଲଘୁଚାପ ।ଏବେ ଏହା ଘନୀଭୂତ ହୋଇ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତାକାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଏକ ଅବପାତ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ମୁହୁର୍ତରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା, ଝାଡ଼ଖଣ୍ଡ, ଉତ୍ତର-ଓଡିଶା, ଉତ୍ତର-ଛତିଶଗଡ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି ।

ସଦ୍ୟ ପାଣିପାଗ ରିପୋର୍ଟ ଅନୁଯାୟୀ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, ଜଗତ୍ସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଏବଂ ପୁରୀ ଜିଲ୍ଲାରେ ଆସନ୍ତାକାଲି ପ୍ରବଳ ବର୍ଷା (୭ ରୁ ୧୧ ସେ.ମି) ହେବାର ସମ୍ଭାବନା ରହିଛି। ଏଥିପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଅଳ୍ପ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ ରୁ ୨୦ ସେ.ମି) ହେବ ବୋଲି ସୂଚନା ରହିଛି। ୨୦ ତାରିଖରେ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସୂଚନା ରହିଛି। ତେଣୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଦେଓଗଡ, ସୁନ୍ଦରଗଡ, ସମ୍ବଲପୁର, ସୋନେପୁର, ବୈଦ୍ଧ, ବଲାଙ୍ଗୀର ଆଦି କେତେକ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା (୭ ରୁ ୨୦ ସେ.ମି) ହେବାର ସମ୍ଭାବନା ରହିଛି।

ଝାରସୁଗୁଡା, ବରଗଡ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଏବଂ ପୁରୀର ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା (୭ ରୁ ୧୧ ସେମି) ହେବାର ସମ୍ଭାବନା ରହିଛି। ଏଥିପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି।

ଏହାବାଦ ୨୦ରୁ ୨୧ ତାରିଖ ପାଇଁ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରି କହିଛି, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ଦେଓଗଡ, ସମ୍ବଲପୁର, ବରଗଡ, ସୋନେପୁର ଏବଂ ବଲାଙ୍ଗୀର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଓରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, ଅନୁଗୋଳ, ବୌଦ୍ଧ, କଳାହାଣ୍ଡି, ନୁଆପଡା, ନବରଙ୍ଗପୁର ଏବଂ ଢେଙ୍କାନାଳର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା (୭ ରୁ ୧୧ ସେ.ମି) ହେବାର ସମ୍ଭାବନା ରହିଛି। ଏଥିପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି।

Related Articles

Back to top button