
ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି
ଆସନ୍ତା ୨୪ ଘଣ୍ଟାରେ ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡକୁ ସତର୍କ ରହିବାକୁ ସୂଚନା ଦିଆଯାଇଛି ।