ସୃଷ୍ଟି ହେଲା ଲଘୁଚାପ : ଆଗାମୀ ୭ ଦିନ ରାଜ୍ୟରେ ହେବ ବର୍ଷା

ଉତ୍ତର ବଙ୍ଗୋପସାଗରରେ ଓ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେଲା ଲଘୁଚାପ । ଆଗାମୀ ୭ ଦିନ ରାଜ୍ୟର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।ଢେଙ୍କାନାଳ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ ଓ କେନ୍ଦୁଝରରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ତେବେ ୧୦ ତାରିଖରୁ ବଢ଼ିବ ବର୍ଷାର ପରିମାଣ । ଓଡ଼ିଶା ଉପରେ ଲଘୁଚାପର ପ୍ରଭାବ ଅଧିକ ନରହିଲେ ମଧ୍ୟ ପାର୍ବଣରେ ଭିଜିପାରେ ଓଡ଼ିଶା । ସେପଟେ ମୌସୁମୀ ପ୍ରତ୍ୟାବର୍ତ୍ତନରେ ବିଳମ୍ବ ଯୋଗୁଁ ଗୁଳୁଗଳି ବଢୁଥିବା କଥା କହିଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ।

Related Articles

Back to top button