ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ୧୯ରେ ଅବପାତ ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି, ୧୯ ନଭେମ୍ବର ବେଳକୁ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳର ମଧ୍ୟଭାଗରେ ଏକ ଅବପାତ ରୂପନେବା ସହ ପରବର୍ତୀ ୩ଦିନ ଯାଏଁ ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି। ଏହି ଲଘୁଚାପ ପ୍ରଭାବ ଓଡ଼ିଶା ଉପରେ କ’ଣ ରହିବ ସେ ନେଇ କୌଣସି ସୂଚନା ମିଳିପାରି ନାହିଁ।

ଏହି ଲଘୁଚାପ ପ୍ରଭାବ ଓଡ଼ିଶା ଉପରେ କ’ଣ ରହିବ ସେ ନେଇ କୌଣସି ସୂଚନା ମିଳିପାରି ନାହିଁ। ତେବେ ୨୧ ତାରିଖ ବେଳକୁ ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ ଜିଲ୍ଲାର ଗୋଟିଏ ରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

Related Articles

Back to top button