ସୃଷ୍ଟି ହେଲା ଲଘୁଚାପ: ୯ରୁ ପ୍ରବଳ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର): ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୪୮ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶବର୍ତ୍ତୀ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ମଧ୍ୟରେ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି।

ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ଏଘୁଚାପ ପ୍ରଭାବରେ ଆସନ୍ତା ୯ରୁ ବର୍ଷାର ପରିମାଣ ବୃଦ୍ଧି ପାଇବା ସହ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

 

Related Articles

Back to top button