୪ ତାରିଖରୁ ଲଘୁଚାପ : ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ । ଆସନ୍ତା ୪ ତାରିଖରୁ ସମଗ୍ର ରାଜ୍ୟରେ ବର୍ଷାର ହେବା ବଢିବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ଆସନ୍ତା ୪ ତାରିଖରୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ଦକ୍ଷିଣ ଓଡ଼ିଶା ଓ ଉତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଆସନ୍ତାକାଲିଠୁ ୫ ତାରିଖରେ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସୋଆର ପରିବେଶ ଓ ଜଳବାୟୁ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା,କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଆଦି ଜିଲ୍ଲାରେ ଆଜି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । କାଲିଠାରୁ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି । ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟରୁ ଦୁର୍ବଳ ପ୍ରବାହ ଯୋଗୁ ରାଜ୍ୟରେ କିଛି ଦିନ ହେବ ବର୍ଷାର ମାତ୍ରା କମ ରହିଥିବା ବେଳେ ତାପମାତ୍ରାରେ ବି ବୃଦ୍ଧି ଘଟିଛି ।