ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୧୧ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ୧୧ ତାରିଖ ଯାଏ ପ୍ରବଳ ବର୍ଷିବ। ଆଜି ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଆଜି ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ତେବେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, ଗଞ୍ଜାମ, ପୁରୀ ଓ ରାୟଗଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ସମସ୍ତ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ଯୋଗୁ ତଳିଆ ଅଞ୍ଚଳ ଜଳବନ୍ଦୀ ହୋଇପାରେ। ରାସ୍ତା ଧୋଇଯିବା ହେବା ସହ କଚ୍ଚା ଘର ଭାଙ୍ଗି ଯାଇପାରେ ବୋଲି ପାଣିପାଗ ବିଭାଗ ଆଶଙ୍କା କରିଛି । କିଛି ସ୍ଥାନରେ ଭୂସ୍ଖଳନର ଆଶଙ୍କା ଥିବା ନେଇ ସତର୍କ କରାଇଛି।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ୱେଲ ମାର୍କେଡ୍ ବା ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ସୋମବାର ଏହା ଓଡ଼ିଶା ଉପକୂଳରେ ପହଞ୍ଚିବା ପୂର୍ବରୁ ସ୍ପଷ୍ଟ ଚିହ୍ନିତ ଲଘୁଚାପ ହୋଇ ସାରିଥିବ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି।

Related Articles

Back to top button