ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା

ଭୁବନେଶ୍ୱର : ଆଜି ସାରା ରାଜ୍ୟକୁ ଛୁଇଁଛି ମୌସୁମୀ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଶେଷଜ୍ଞଙ୍କ ପକ୍ଷରୁ ସୂଚନା ମିଳିଛି । ଆଞ୍ଚଳିକ ପାଣିପାଗଙ୍କ ସୂଚନା ଅନୁସାରେ ଶନିବାର କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସୂଚନା ଅନୁଯାୟୀ, ୨୫ ତାରିଖରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ବୌଦ୍ଧ, ସମ୍ବଲପୁର, ସୋନପୁର, ବରଗଡ଼ ଓ ଝାରସୁଗୁଡ଼ାର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ସହିତ ଜିଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି। ୨୬ ତାରିଖରେ ଅନୁଗୋଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗୀର ଓ କଳାହାଣ୍ଡି ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି। ୨୭ ତାରିଖରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।

ସାରା ଓଡ଼ିଶାରେ ମୌସୁମୀ ପ୍ରଭାବରେ କିଛି ଜିଲ୍ଲାରେ ଏବେ ସୁଦ୍ଧା ବର୍ଷା ଜାରି ରହିଥିବା ସୂଚନା ମିଳିଛି।

Related Articles

Back to top button