ଆସନ୍ତା ୨୨ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା

ଆସନ୍ତା ୨୨ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି । ଲଘୁଚାପ ପାଇଁ ବାତ୍ୟା ହେବାର ସମ୍ଭାବନା ଅଛି । ଆସନ୍ତା ୨୨ ତାରିଖ ସୁଦ୍ଧା ଲଘୁଚାପ ସୃଷ୍ଟି ହେବ । ଆସନ୍ତା ୨୪ ତାରିଖ ସୁଦ୍ଧା ଏହି ଲଘୁଚାପ ଅବପାତ ରୂପ ନେବ ବୋଲି ଅନୁମାନ କରାଯାଉଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ସତର୍କ ସୂଚନା ଦିଆଯାଇଛି ।

ଆସନ୍ତା ୨୪ ଓ ୨୫ ତାରିଖରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବର୍ଷା ପାଇଁ ଅଧିକାଂଶ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୫ ତାରିଖରେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବାବେଳେ ଲଘୁଚାପ ପ୍ରଭାବରେ ହେବା ପାଇଁ ଥିବା ବର୍ଷାରେ ନିର୍ବାଚନ ପ୍ରଭାବିତ ହୋଇପାରେ ବୋଲି ମଧ୍ୟ ଆଶଙ୍କା ରହିଛି ।

Related Articles

Back to top button