ଆସନ୍ତାକାଲି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଗତକାଲି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି ସକାଳ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୯ ତାରିଖବେଳକୁ ତାହା ଅବପାତରେ ପରିଣତ ହୋଇ କେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତର ଦିଗକୁ ଗତି କରିବା ସହ ବାତ୍ୟାରେ ରୂପାନ୍ତରିତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ତେବେ ବର୍ତ୍ତମାନ ସୁଦ୍ଧା ଓଡ଼ିଶା ପାଇଁ କୌଣସି ସତର୍କ ସୂଚନା ଜାରି କରାଯାଇ ନ ଥିବା ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାପାଇଁ ପରାମର୍ଶ ଦିଆଯାଇଛି। ଅନ୍ୟପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ନବରଙ୍ଗପୁର, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି।

 

Related Articles

Back to top button