୨୪ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ, ଆସନ୍ତାକାଲି ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ତତସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୫.୮ କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ତଥା ଓଡିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସୂଚନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରାଇଛି। ଗୋଟିଏ କି ଦୁଇଟି ସ୍ଥାନରେ ଘଡଘଡି ସହିତ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

Related Articles

Back to top button