ଅବପାତର ରୂପ ନେବ ଲଘୁଚାପ : ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଟି ସୃଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆଗାମୀ ୩୬ ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି। ଆଜିଠୁ ଆସନ୍ତା ୨ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ।ତେବେ ଲଘୁଚାପ ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ସହ ଘଣ୍ଟା ପ୍ରତି ୫୫ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି। ତେଣୁ ପାରାଦ୍ୱୀପ ର ସମୁଦ୍ର କୂଳିଆ ଅଞ୍ଚଳରେ ଡାକବାଜି ଯନ୍ତ୍ର ଦ୍ବାରା ପ୍ରଶାସନ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି।

Related Articles

Back to top button