ଲଘୁଚାପ ବର୍ଷା: ପାଣିପାଗ ବିଭାଗ ପକ୍ଷରୁ ୧୨ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଉପକୂଳ ଓଡ଼ିଶାରୁ ଆରମ୍ଭ କରି ଉତ୍ତର, ଦକ୍ଷିଣ ଓ ପଶ୍ଚିମ ଓ ପର୍ଯ୍ୟନ୍ତ ସବୁଠି ବର୍ଷା ଲାଗି ରହିଛି। ତେବେ ଗୁରୁବାର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୧୨ଟି ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା ,କଳାହାଣ୍ଡି, ଗଜପତି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଏହି ସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି।

Related Articles

Back to top button