କୁମାର ପୂର୍ଣ୍ଣିମାରେ ପଡୁଛି ଚନ୍ଦ୍ର ଗ୍ରହଣ

ଚଳିତ ମାସ ଅକ୍ଟୋବର ୨୮ ତାରିଖରେ ପାଳିତ ହେବ କୁମାର ପୂର୍ଣ୍ଣିମା । ତେବେ ଏଥର କୁମାର ପୂର୍ଣ୍ଣିମାରେ ପଡୁଛି ରାହୁଗ୍ରସ୍ତ ଖଣ୍ଡ ଗ୍ରାସ ଚନ୍ଦ୍ର ଗ୍ରହଣ । ଏଥିପାଇଁ ଶ୍ରୀମନ୍ଦିର ସ୍ଵତନ୍ତ୍ର ନୀତି ଅନୁଷ୍ଠିତ ହେବ । ଏହି ଦିନ ଚକ୍ରରାଜ ସୁଦର୍ଶନ ଚାରି ଆଶ୍ରମ ପରିକ୍ରମା କରି ରତ୍ନସିଂହାସନରେ ବିଜେ କରିବେ । ଗ୍ରହଣ ସ୍ପର୍ଶ ସମୟରୁ ହିଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସ୍ନାନ, ଗ୍ରହଣ ଖଇକୋରା ଭୋଗ ନୀତି ସମ୍ପନ୍ନ ହେବ । ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପାଳିଆ ସେବକଙ୍କ ସହଯୋଗ କାମନା କରାଯାଇଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି ।

ଗ୍ରହଣ ସ୍ପର୍ଶର ୯ଘଣ୍ଟା ପୂର୍ବରୁ ଗ୍ରହଣର ସ୍ପର୍ଶ ସମୟ ହେଉଛି ରାତ୍ରି ୧ଘଣ୍ଟା ୪ ମିନିଟ୍ ୫୫ସେକେଣ୍ଡ । ଗ୍ରହଣ ସର୍ବମୋକ୍ଷ ରାତ୍ରୀ ୨ଟା ୨୪ମିନିଟ୍ ୨ ସେକେଣ୍ଡ । ଅର୍ଥାତ ଗ୍ରହଣ ଲାଗିବାର ଅବଧି ହେଉଛି ୧ଘଣ୍ଟା ୧୯ମିନିଟ ୭ସେକେଣ୍ଡ । ଗ୍ରହଣର ୯ ଘଣ୍ଟା ପୂର୍ବରୁ ଅର୍ଥାତ୍ ଦିବା ୪ ଘଣ୍ଟା ୪ ମିନିଟ୍ ୫୫ ସେକେଣ୍ଡ ଠାରୁ ରାତ୍ର ୨ଟା ୨୪ମିନିଟି ୨ସେକେଣ୍ଡ ପର୍ଯ୍ୟନ୍ତ ପାକତ୍ୟାଗ, ଅନ୍ନ ଭୋଜନ ଓ ଦେବନୀତି ନିଷିଦ୍ଧ ହେବ ।

ଅନ୍ୟପଟେ ୧ଘଣ୍ଟା ୧୯ ସେକେଣ୍ଡର ଏହି ଚନ୍ଦ୍ର ଗ୍ରହଣକୁ ଦେଖିବାର ସୁଯୋଗ କେବଳ କିଛି ରାଶି ବ୍ୟକ୍ତିଙ୍କ ପାଇଁ ଶୁଭ ରହିଛି । ଏହି ଗ୍ରହଣ ୬ଟି ରାଶି ପାଇଁ ଏହା ଅଶୁଭ ଥିବାବେଳେ ୬ଟି ରାଶି ପାଇଁ ଶୁଭଫଳ ରହିଛି ବୋଲି କହିଛନ୍ତି ଜ୍ୟୋତିର୍ବିଦ । ମେଷ, ବୃଷ, କର୍କଟ, ସିଂହ, କନ୍ୟା ତୁଳା ରାଶି ପାଇଁ ଅଶୁଭ ଥିବାବେଳେ ମିଥୁନ, ବିଛା, ଧନୁ , ମକର, କୁମ୍ଭ ଓ ମୀନ ରାଶି ପାଇଁ ଶୁଭ ଫଳଦାୟକ ରହିଛି । ସେପଟେ କୁମାରପୂର୍ଣ୍ଣିମାର ଠିକ୍ ପରଦିନ କାର୍ତ୍ତିକ ବ୍ରତଧାରୀ ହବିଷ୍ୟାଳୀ ମାନେ ବ୍ରତ ସଙ୍କଳ୍ପ କରିବେ ଓ ସେହିଦିନ ଚକ୍ରରାଜ ସୁଦର୍ଶନ ମହାପ୍ରଭୁ ଚାରିଆଶ୍ରମ ବିଜେ କରିବେ । ସେଥିପାଇଁ ପାଳିଆ ମାନେ ଠିକ ସମୟରେ ନୀତିକାନ୍ତି ପାଳନ କରିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ।

Related Articles

Back to top button