ଆଜି ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ: ଉଦଘାଟନ କରିବେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ

ବାରିପଦା:  ମୟୁରଭଞ୍ଜ ଜିଲ୍ଲାର ବହୁ ଦିନର ସ୍ବପ୍ନ ପୂରଣ ହେବ। ଶୁକ୍ରବାର ମୟୂରଭଞ୍ଜ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତା କାଲି ମୁଖ୍ୟମନ୍ତ୍ରୀ ମୟୂରଭଞ୍ଜ ଗସ୍ତ କରି ଦୁଇଟି ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟକ୍ରମ ରହିଛି।

କରଞ୍ଜିଆ ବ୍ଲକର ହାତିବାରୀ ଠାରେ ଦେଓ ପ୍ରକଳ୍ପ ଓ ରାସଗୋବିନ୍ଦପୁର ବ୍ଲକର ଟିକପଦା ଠାରେ ସୁବର୍ଣ୍ଣରେଖା ପ୍ରକଳ୍ପ ଚାଷୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ।

ତେବେ ଏହି ପ୍ରକଳ୍ପ ନିର୍ମାଣ ପରେ ପରୀକ୍ଷାମୂଳକ ଭାବେ ଉଭୟ ପାର୍ଶ୍ଵ ବାମ ଓ ଡାହାଣ କେନାଲରେ ପାଣି ଛଡାଯିବ। ମୟୂରଭଞ୍ଜ ଓ ବାଲେଶ୍ଵର ଜିଲ୍ଲାର ପାଖାପାଖି ୧୭ ହଜାର ହେକ୍ଟରରୁ ଉର୍ଦ୍ଧ୍ବ ଚାଷ ଜମି ଜଳସେଚିତ ହେବ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି । ସଭା ହେବାକୁ ଥିବା ଦୁଇଟି ସ୍ଥାନରେ ବ୍ୟାପକ ପୋଲିସ ମୁତୟନ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଜଳ ସମ୍ପଦ ବିଭାଗ ପକ୍ଷରୁ ମଧ୍ୟ ହୋଇଛି ବ୍ୟାପକ ପ୍ରସ୍ତୁତି।

Related Articles

Back to top button