ଏଣିକି ୫୦୦ ନୁହେଁ ମିଳିବ ନୁହେଁ ବରଂ ବୟସ୍କଙ୍କୁ ୧୦୦୦ ଟଙ୍କା ମିଳିବ

ବଢ଼ିଲା ମଧୁବାବୁ ପେନସନ ଟଙ୍କା । ଏଣିକି ୫୦୦ ନୁହେଁ ମିଳିବ ନୁହେଁ ବରଂ ବୟସ୍କଙ୍କୁ ୧୦୦୦ ଟଙ୍କା ମିଳିବ ବୋଲି ଜଣାପଡିଛି । ତେବେ ଚଳିତ ଫେବୃଆରି ୨୦ ରୁ ୨୫ ଭିତରେ ଏହି ବର୍ଦ୍ଧିତ ଟଙ୍କା ପ୍ରଦାନ କରାଯିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି ।ସୂଚନା ଅନୁସାରେ , ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ସାମାଜିକ ସୁରକ୍ଷା କାର୍ୟ୍ୟକ୍ରମ ହିତାଧିକାରୀଙ୍କ ପାଇଁ ମାସିକ ପେନସନରେ ମଧ୍ୟ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ଟ ୫୦୦, ଟ ୭୦୦ ଓ ଟ ୯୦୦ ପାଉଥିଲେ । ବର୍ତ୍ତମାନ ବର୍ଦ୍ଧିତ ପେନସନ ଅନୁଯାୟୀ ସେମାନେ ଏବେ ଯଥାକ୍ରମେ ୧୦୦୦, ୧୨୦୦ ଓ ୧୪୦୦ ଟଙ୍କା ପାଇବେ । ଏହି ବର୍ଦ୍ଧିତ ପେନସନ ପାଇଁ ରାଜ୍ୟ ସରକାର ବାର୍ଷିକ ୩୬୮୩ କୋଟି ଟଙ୍କା ଖର୍ଚ୍ଚ କରିବେ। ତେବେ ନିକଟରେ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ଯୋଜନାର ହିତାଧିକାରୀମାନଙ୍କ ସଂଖ୍ୟା ବୃଦ୍ଧି କରିଥିଲେ। ଗତ ବର୍ଷ ଅଗଷ୍ଟରେ ୪.୧୩ ଲକ୍ଷ ବୃଦ୍ଧି ପାଇଥିଲା ଏବଂ ଏବେ ଆଉ ୪ ଲକ୍ଷ ଅନ୍ତର୍ଭୁକ୍ତ ହେବା ପରେ ବର୍ତ୍ତମାନ ସମୁଦାୟ ୩୬.୭୫ ଲକ୍ଷ ହିତାଧିକାରୀ ଏହି ଯୋଜନାର ଲାଭ ପାଉଛନ୍ତି।

Related Articles

Back to top button