ପରିକ୍ରମା ପ୍ରକଳ୍ପ ଲାଗି ଆଜିଠାରୁ ମହାଯଜ୍ଞ ଆରମ୍ଭ
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲାଗି ଜୋରସୋରରେ ଚାଲିଛି ପ୍ରସ୍ତୁତି। ଅଙ୍କୁର ପୂଜନ ପରେ ଚାଲିଛି ଯଜ୍ଞ ଅଧିବାସ। ଆଜିଠାରୁ ଆରମ୍ଭ ହେବ ମହାଯଜ୍ଞ।ଶ୍ରୀମନ୍ଦିର ଚାରିଦ୍ୱାରର ରୁଗ୍, ସାମ ଯଦୁ ଓ ଅଥର୍ବ ବେଦ ମନ୍ତ୍ରରେ ପ୍ରକମ୍ପିତ ହେବ। ଶ୍ରୋତ୍ରୀୟ ବ୍ରାହ୍ମଣଙ୍କ ମନ୍ତ୍ରଧ୍ୱନୀରେ ଶ୍ରୀକ୍ଷେତ୍ରରେ ଆଧ୍ୟାତ୍ମିକତା ପରିବେଶ ସୃଷ୍ଟି ହେବ।
ଅନ୍ୟପକ୍ଷରେ ଲୋକାର୍ପଣ ମହୋତ୍ସବ ପାଇଁ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଗଲାଣି ଶ୍ରଦ୍ଧାଳୁଙ୍କ ଗହଳି। ଦେଶର କୋଣ ଅନୁକୋଣରୁ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ସହରର ୩ ଟିସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯାଇଛି। ୪୪ ପ୍ଳାଟୁନ ଫୋର୍ସ ଓ ସିସିଟିଭି ସର୍ଭେଲାନ୍ସରେ ପୂରା ସହର ଉପରେ ରହିବ ନଜର।ଆସନ୍ତା ୧୭ ତାରିଖରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ। ଏହି ଦିନକୁ ସରକାରୀ ଛୁଟି ଭାବେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ, ସ୍କୁଲ ଓ କଲେଜ ବନ୍ଦ ରହିବ।