ମାହାଙ୍ଗା ଡବଲ ମର୍ଡ଼ର ମାମଲାକୁ ବିଚାର ପାଇଁ ଗ୍ରହଣ କଲେ ସୁପ୍ରିମକୋର୍ଟ : ୪ ସପ୍ତାହ ଭିତରେ ଜବାବ ରଖିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ

ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡ଼ର ମାମଲାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛିା ମାମଲାକୁ ବିଚାର ପାଇଁ ଗ୍ରହଣ କଲେ ସୁପ୍ରିମକୋର୍ଟ । ଆସନ୍ତା ୪ ସପ୍ତାହ ଭିତରେ ଜବାବ ରଖିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶା ଏହା ପରେ ସୁପ୍ରିମକୋର୍ଟରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ମାହାଙ୍ଗା ଡବଲ ମର୍ଡ଼ର ମାମଲାରେ ମୃତ କୁଳମଣିଙ୍କ ପୁଅ ରଞ୍ଜିତ ବରାଳ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲୋ ପ୍ରତାପଙ୍କୁ ହାଇକୋର୍ଟ କ୍ଲିନ୍‌ଚିଟ୍ ଦେବାରୁ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲେ ରଞ୍ଜିତା

ସୂଚନା ମୁତାବକ, ୨୦୨୧ ଜାନୁଆରୀ ୨ ତାରିଖ ସଂଧ୍ୟାରେ ମାହାଙ୍ଗାର ପୂର୍ବତନ ବ୍ଲକ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସଂପର୍କୀୟ ଦିବ୍ୟସିଂହ ବରାଳଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା । ଏହି ମାମଲାରେ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା ।ବିଜେଡି ବିଧାୟକ ପ୍ରତାପ ଜେନାଙ୍କୁ ୧୩ ନମ୍ବର ମୁଦାଲା ଭାବେ ଦର୍ଶା ଯାଇଥିବାବେଳେ ପୋଲିସ ଚାର୍ଜସିଟ ଦାଖଲ ବେଳେ ତାଙ୍କ ନାଁକୁ କାଟି ଦେଇଥିବା ଅଭିଯୋଗ ହୋଇଥିଲା ।

Related Articles

Back to top button