ବୁଧବାର ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି

ବନକଲାଗି ନୀତି ପାଇଁ ୩ ଘଣ୍ଟା ଦର୍ଶନ ବନ୍ଦ । ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି କରାଯାଉଛି । ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗ ମଣ୍ତପ ପରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ ହେବ । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ କରାଯାଇଛି । ମହାପ୍ରଭୁଙ୍କ ବନକଲାଗି ନୀତି ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୩ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ପ୍ରଥା ଓ ପରମ୍ପରା ଅନୁଯାୟୀ,ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତିକୁ ସୁଚାରୁ ରୂପେ ସମ୍ପନ୍ନ କରିବେ । ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ହୋଇଥାଏ । ତେବେ ଚଳିତ ମାସ ତା ୧୩.୩.୨୦୨୪ରିଖ ବୁଧବାର ଫାଲଗୁଣ ଶୁକ୍ଳ ଚତୁର୍ଥୀ ତିଥିରେ ଶ୍ରୀ ବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ରୁ ରାତ୍ର ଘ.୯.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Related Articles

Back to top button