ଅନଲାଇନରେ ବିକ୍ରି ହେବ ନାହିଁ ମହାପ୍ରସାଦ : ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଅନଲାଇନରେ ବିକ୍ରି ହେବ ନାହିଁ ମହାପ୍ରସାଦ । ବିଭିନ୍ନ ସଂସ୍ଥା ଦେଇଥିବା ପ୍ରସ୍ତାବକୁ ଅଗ୍ରାହ୍ୟ କଲେ ଶ୍ରୀମନ୍ଦିର ପ୍ରଶାସନ ଏବଂ ରାଜ୍ୟ ସରକାର । ଏ ନେଇ ସୋମବାର ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଆଇନ ମନ୍ତ୍ରୀ କହିଛନ୍ତି, ଶ୍ରୀମନ୍ଦିରର ମହାପ୍ରସାଦର ପବିତ୍ରତା ଅଲଗା । ଭାରତର ଅନ୍ୟ ମନ୍ଦିର ତୁଳନାରେ ମହାପ୍ରଭୁଙ୍କ ମହାପ୍ରସାଦର ପବିତ୍ରତା ଓ ମାନ୍ୟତା ସଂପୂର୍ଣ୍ଣ ଭିନ୍ନ ଅଟେ । କିଛି ଦିନ ତଳେ କିଛି ସଂସ୍ଥା ମହାପ୍ରଭୁଙ୍କ ଶୁଖିଲା ଭୋଗ ଏବଂ ମହାପ୍ରସାଦ ଅନଲାଇନରେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ମନ୍ଦିର ପ୍ରଶାସନକୁ ଅନୁରୋଧ କରିଥିଲେ । ଯଦିଓ ମହାପ୍ରସାଦ ଦେଶ ବିଦେଶରେ ଭକ୍ତଙ୍କ ପାଖରେ ପହଞ୍ଚିବା ସୁବିଧା ହେବ । କିନ୍ତୁ ମହାପ୍ରସାଦର ପବିତ୍ରତା ଦୃଷ୍ଟି କୋଣରୁ ଶ୍ରୀମନ୍ଦିର ପ୍ରଶାସନ କିମ୍ବା ରାଜ୍ୟ ସରକାର ଏ ପ୍ରସ୍ତାବରେ ରାଜି ହୋଇନାହାନ୍ତି । କାରଣ ଅନଲାଇନରେ ମହାପ୍ରସାଦ ନିଆଗଲେ, ତାର ପବିତ୍ରତା ଅକ୍ଷୁର୍ଣ୍ଣ ରଖି ପାରିବେ ନାହିଁ ବୋଲି ସନ୍ଦେହ ରହିଛି । ପବିତ୍ରତା ଦୃଷ୍ଟି କୋଣରୁ ମନ୍ଦିର ପ୍ରଶାସନ ଏବଂ ସରକାର ଅନଲାଇନ ମହାପ୍ରସାଦ ବିକ୍ରି ପ୍ରସ୍ତାବକୁ ସହମତ ଦେଇ ନାହାଁନ୍ତି ।

ତେଣୁ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇବାର ସୌଭାଗ୍ୟ ପାଆନ୍ତୁ ବୋଲି ଅନୁରୋଧ କରୁଛନ୍ତି ଆଇନ ମନ୍ତ୍ରୀ । ଅନଲାଇନରେ ମହାପ୍ରସାଦରେ ବିତରଣ ନାହିଁ । ଯେଉଁ ଉଦ୍ୟମ ଆରମ୍ଭ ହୋଇଥିଲା, ସେଥିରେ ସରକାର ରାଜି ନାହାନ୍ତି । ମନ୍ଦିର ପ୍ରସାଦକୁ ଅନଲାଇନରେ ହୋଟେଲ ଖାଦ୍ୟ ଭଳି ବିତରଣ କରନ୍ତୁ ନାହିଁ ବୋଲି ଅନ୍ୟ ମନ୍ଦିରମାନଙ୍କୁ ଅନୁରୋଧ କରିଛନ୍ତି । ସେହିପରି ଆନନ୍ଦ ବଜାରରେ ଖୁବଶୀଘ୍ର ଅଭଡ଼ା ଦର ରେଟ ଚାର୍ଟ ଲାଗୁ କରାଯିବ । ଏ ବାବଦରେ ବୈଠକ ସରିଛି ବୋଲି କହିଛନ୍ତି ମନ୍ତ୍ରୀ ।

Related Articles

Back to top button