କାଲିଠୁ ମାଟ୍ରିକ ଦ୍ଵିତୀୟ ସମ୍ମେଟିଭ ପରୀକ୍ଷା: ସକାଳ ୭ ସୁଦ୍ଧା ଛାତ୍ରଛାତ୍ରୀଙ୍କୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ହେବ
ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା । ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏ ଚଳିବ । ଏହା ମାଟ୍ରିକ ଦ୍ଵିତୀୟ ସମ୍ମେଟିଭ ପରୀକ୍ଷା । ଚଳିତ ଥର ୫ ଲକ୍ଷ ୪୧ ହଜାର ୨୪୭ ଛାତ୍ର ଛାତ୍ରୀ ମାଟ୍ରିକ ପରୀକ୍ଷା ଦେବେ । ୩୨୧୮ଟି ସେଣ୍ଟରରେ ମାଟ୍ରିକ ପରୀକ୍ଷା ଦେବେ । ଏଥିପାଇଁ ଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତ ଶେଷ ହେଇଛି ।
ଏଥର ପରୀକ୍ଷା କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ହେବ । ୨୨ ପୋଲିସ ଷ୍ଟେସନକୁ ମିଶାଇ ହୋଇଥିବା ୩୧୬ ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର ପହଂଚି ସାରିଛି । ପ୍ରଶ୍ନପତ୍ର ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି । ସେଠାରୁ ପ୍ରତି ଦିନ ସକାଳେ ପୋଲିସ ସୁରକ୍ଷା ସହ ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ ପଠାଯିବ । ସକାଳ ୮ ଟା ରୁ ୧୦ ପର୍ଯ୍ୟନ୍ତ ପରୀକ୍ଷା ହେବ । ସକାଳ ୭ ସୁଦ୍ଧା ଛାତ୍ରଛାତ୍ରୀଙ୍କୁ ଏଣ୍ଟ୍ରି କରିବାକୁ ହେବ । ଯେଉଁ ସେଣ୍ଟରରେ ସମ୍ମିଟିଭ ୧ ପରୀକ୍ଷା ହୋଇଥିଲା, ସେଠାରେ ହିଁ ସମ୍ମେଟିଭ ୨ ପରୀକ୍ଷା ହେବ ।
ପୂର୍ବ ବର୍ଷ ଗୁଡିକରେ ଯେଉଁଠି କପି ଖବର ଆସିଥିଲା, ସେଠାରେ ସେଣ୍ଟର ପରିବର୍ତନ କରାଯାଇଛି । କନ୍ଧମାଳରେ ୭ଟି, କୋରାପୁଟରେ ୫ଟି, ମାଲକାନାଗିରି ରେ ୧୦ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଛି। ତେବେ ସ୍କୁଲ୍ର ୧୦ କି.ମି. ମଧ୍ୟରେ ସବୁ ସେଣ୍ଟର କରାଯାଇଛି। ଚଳିତ ଥର କପି ରୋକିବାକୁ ବିଶେଷ ପଦକ୍ଷେପ ନିଆଯାଇଛି । ୫୭ ଟି କେନ୍ଦ୍ରୀୟ ସ୍କ୍ୱାର୍ଡ ଚେକିଂ ପାଇଁ ଗଠନ କରାଯାଇଛି । ସ୍କୁଲ ଗୁଡିକରେ ସିସିଟିଭି ବ୍ୟବସ୍ଥା କରାଯାଇଛି । ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀ କେବଳ ଆଡମିଟ କାର୍ଡ, ପେନ୍, ପେନସିଲ୍ ଓ ଜୋମେଟ୍ରିବକ୍ସ ନେବାର ଅନୁମତି ରହିଛି। ପୂର୍ବ ବର୍ଷ ଗୁଡିକରେ ଯେଉଁଠି କପି ଖବର ଆସିଥିଲା, ସେଠାରେ ସେଣ୍ଟର ପରିବର୍ତନ କରାଯାଇଛି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।
ସେହିଭଳି ମଧ୍ୟମା ପାଇଁ ୨୯୧୪ ଜଣ ପରୀକ୍ଷାର୍ଥୀଙ୍କ ପାଇଁ ୧୦୮ଟି କେନ୍ଦ୍ରରେ ପରୀକ୍ଷା ଦେବାକୁ ବ୍ୟବସ୍ଥା ହୋଇଛି । ଓପନ୍ ସ୍କୁଲ ପରୀକ୍ଷାରେ ୭୧୮୧ ପରୀକ୍ଷାର୍ଥୀ ୧୪୬ଟି ସେଣ୍ଟରରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ ।