୬ ତାରିଖ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର: ଆଉ ମାତ୍ର ଦିନକ ପରେ ୬ ତାରିଖ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଆସନ୍ତା ୬ ତାରିଖ ଅପରାହ୍ନ ୧ଟାରେ ରେଜଲ୍ଟ ପ୍ରକାଶ ପାଇବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ଛାତ୍ରୀଛାତ୍ର ବୋର୍ଡ ଓ୍ବେବ୍‌ସାଇଟ bseodisha.ac.in ଏବଂ orissaresults.nic.inରେ ନିଜ ପରୀକ୍ଷାଫଳ ଦେଖିପାରିବେ।

ସୂଚନାଯୋଗ୍ୟ, ଗତ ଦୁଇବର୍ଷ ହେବ କରୋନା ପାଇଁ ମାଟ୍ରିକ୍‌ ପରୀକ୍ଷା ହୋଇ ନ ଥିଲା। ବିକଳ୍ପ ପଦ୍ଧତିରେ ମୂଲ୍ୟାୟନ କରାଯାଇ ଫଳ ପ୍ରକାଶ କରାଯାଇଥିଲା। କିନ୍ତୁ ଏଥର କରୋନା ସଂକ୍ରମଣ କମିଯାଇଥିବାରୁ ଅଫ୍‌ଲାଇନ ପରୀକ୍ଷା କରିବା ଲାଗି ସରକାର ନିଷ୍ପତ୍ତି ନେଇଥିଲେ। ଗତ ଏପ୍ରିଲ ୨୯ରୁ ମେ’ ୧୦ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍‌ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ମେ’ ୨୧ରୁ ପରୀକ୍ଷା ଖାତା ମୂଲ୍ୟାୟନ ଆରମ୍ଭ ହୋଇଥିଲା। ଚଳିତବର୍ଷ ପ୍ରାୟ ୫ଲକ୍ଷ ଛାତ୍ରୀଛାତ୍ର ମାଟ୍ରିକ୍‌ ପରୀକ୍ଷା ଦେଇଛନ୍ତି।

Related Articles

Back to top button