ଆଜିଠାରୁ ରାଜ୍ୟରେ ଆରମ୍ଭ ହେଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ।

ଆଜିଠାରୁ ରାଜ୍ୟରେ ଆରମ୍ଭ ହୋଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ବା ମାଟ୍ରିକ୍ ପରୀକ୍ଷାରେ ଅକୃତକାର୍ଯ୍ୟ ଏବଂ ଅନୁପସ୍ଥିତ ରହିଥିବା ପରୀକ୍ଷାର୍ଥୀମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ ।

ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବା ନିମନ୍ତେ ୯୭୨ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଛନ୍ତି । ରାଜ୍ୟରେ ୮୩ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଛି । ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ପାଇଁ ମୋଟ ୧୨୧ ପରୀକ୍ଷା କେନ୍ଦ୍ର କରାଯାଇଛି । ୨୪ ହଜାର ୫୨୦ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ ।ଚଳିତବର୍ଷ ୫ ଲକ୍ଷ ୪୧ ହଜାର ୬୧ ଜଣ ମାଟ୍ରିକ୍ ପରୀକ୍ଷା ଦେଇଥିବା ବେଳେ ୫ ଲକ୍ଷ ୩୦ ହଜାର ୧୫୩ ଛାତ୍ରଛାତ୍ରୀ ପାସ୍ କରିଥିଲେ ।

Related Articles

Back to top button