ଧାର୍ଯ୍ୟ ସମୟର ଦେଢ଼ ଘଣ୍ଟା ପୂର୍ବରୁ ପରୀକ୍ଷା ହଲକୁ ପ୍ରବେଶ କରିବେ ମାଟ୍ରିକ ପରୀକ୍ଷାର୍ଥୀ

ଫେବୃଆରୀ ୨୦ ତାରିଖରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ । ଏହି ପରୀକ୍ଷାକୁ ଶୃଙ୍ଖଳ ବ୍ୟବସ୍ଥିତ ଭାବେ ପରିଚାଳିତ କରିବା ପାଇଁ କାର୍ଯ୍ୟକ୍ରମ ଜାରି ରଖିଛି ମାଧ୍ୟମିକ ଶିକ୍ଷା ପରିଷଦ । ଏହି କ୍ରମରେ କପି ରୋକିବାକୁ ନୂଆ ତରିକା ଆପଣାଇଛନ୍ତି ବୋର୍ଡ କର୍ତ୍ତୃପକ୍ଷ । ଏଣିକି ପରୀକ୍ଷା ପାଇଁ ଧାର୍ଯ୍ୟ ସମୟର ଦେଢ଼ ଘଣ୍ଟା ପୂର୍ବରୁ ପରୀକ୍ଷା ହଲକୁ ପ୍ରବେଶ କରିବେ ପରୀକ୍ଷାର୍ଥୀ । ସକାଳ ୯ ଟାରେ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ସାଢ଼େ ୭ଟାରୁ ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀଙ୍କୁ ଛଡ଼ାଯିବ । ତେବେ ୮ଟା ୧୫ ମିନିଟ୍ ପରେ ଆଉ ପରୀକ୍ଷା ହଲ୍‌କୁ ପ୍ରବେଶ ଅନୁମତି ମିଳିବନାହିଁ । ଏନେଇ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି ।

କେବଳ ସେତିକି ନୁହେଁ, ଏଥର ପ୍ରଥମ ଥର ପାଇଁ ସମସ୍ତ ପରୀକ୍ଷା କେନ୍ଦ୍ରରେ ନିଯୁକ୍ତ ହେବେ ପର୍ଯ୍ୟବେକ୍ଷକ। ପ୍ରଶ୍ନପତ୍ର ଆସିବା ଠାରୁ ପରୀକ୍ଷା ସରି ଉତ୍ତର ଖାତା ଯିବା ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ଟିକିନିଖି ତଦାରଖ କରିବେ ପର୍ଯ୍ୟବେକ୍ଷକ । ଏହି ଦାୟିତ୍ୱ ବିଇଓ, ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଦିଆଯିବ। ସେଣ୍ଟର ସୁପରିଟେଣ୍ଡେଣ୍ଟଙ୍କ ବ୍ୟତୀତ ପରୀକ୍ଷା ସମୟରେ ଅନ୍ୟ କେହି ବି ପରୀକ୍ଷା କେନ୍ଦ୍ରକୁ ମୋବାଇଲ୍ ଫୋନ୍ ନେଇ ଯିବେ ନାହିଁ।

Related Articles

Back to top button