
ନିଲମ୍ବିତ ହେଲେ ୨ ରେଳ କର୍ମଚାରୀ
ନୀଳଗିରି: ନୀଳଗିରି ରୋଡ୍ ଷ୍ଟେସନରେ ମେମୁ ଟ୍ରେନ୍ ପସି ଆସିବା ଘଟଣାରେ କାର୍ଯ୍ୟାନୁଷ୍ଠାନ । କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହୋଇଛନ୍ତି ୨ ଜଣ ରେଳ କର୍ମଚାରୀ । ନୀଳଗିରି ରୋଡ୍ ଷ୍ଟେସନ୍ ମ୍ୟାନେଜର ସୁବାସ ସେଠୀ ଓ ପଏଣ୍ଟମ୍ୟାନ୍ ସେକ୍ ମହମ୍ମଦ ଖଲିପ ନିଲମ୍ବିତ ହୋଇଛନ୍ତି । କାର୍ଯ୍ୟରେ ଅବହେଳା ଯୋଗୁ ରେଳ ବିଭାଗ ଏହି ଦୁଇ କର୍ମଚାରୀଙ୍କୁ ନିଲମ୍ବନ କରିଥିବା ନେଇ ସୂଚନା ଦେଇଛନ୍ତି ଲୋକସମ୍ପର୍କ ବିଭାଗର ବରିଷ୍ଠ ଡିଭିଜିନାଲ ମ୍ୟାନେଜର । ଗତକାଲି ଭଦ୍ରକ-ବାଲେଶ୍ବର ମେମୁ ଟ୍ରେନ୍ ପଏଣ୍ଟ ନଲାଗିବା କାରଣରୁ ଅଳ୍ପକେ ଦୁର୍ଘଟଣାରୁ ବର୍ତ୍ତି ଯାଇଥିଲା ।