ଆଗାମୀ ୫ ଦିନ ଯାଏ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପାରଦ ୪୦ ଡିଗ୍ରୀ ରହିବ

ଭୁବନେଶ୍ୱର: ରାଜ୍ୟରେ ଏବେ ତାତିରୁ ନିସ୍ତାର ମିଳିବ ନାହିଁ। ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଲାଗି ରହିବ । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଥିବା ବେଳେ ବାତ୍ୟାର ରୂପ ନେବ। ହେଲେ ବାତ୍ୟାର କୌଣସି ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ । ଫଳରେ ଅସହ୍ୟ ତାତିରେ ଆଗାମୀ ୫ ଦିନ ଯାଏ ସନ୍ତୁଳି ହେବ ଓଡ଼ିଶା।

ପାଣିପାଗ ବିଭାଗର ଆକଳନ ଅନୁସାରେ, ଆଗାମୀ ୫ ଦିନ ଯାଏ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବ ନାହିଁ । ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ କିମ୍ବା ତା ଠାରୁ ଅଧିକ ରହିବ । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଖରା ସହ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବାକୁ ଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ଏ ସ୍ଥିତି ଆଉ ୫ ଦିନ ଲାଗି ରହିବ ।

Related Articles

Back to top button