ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୧୫ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାଜ୍ୟର ଆଉକିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।ଗତକାଲି କାଳବୈଶାଖୀର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଯାଇଛି । ଗତକାଲି ଅପରାହ୍ଣ ସୁଦ୍ଧା କଟକରେ ସର୍ବାଧିକ ୨୩ ମିଲିମିଟର ବର୍ଷା ରେକର୍ଡ ହୋଇଥିଲା । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ୧୫ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ।

Related Articles

Back to top button