କାଳବୈଖାଖୀ ସମ୍ଭାବନା; ୨୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର:  ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଝଡ଼ ପବନର ସମ୍ଭାବନା ମଧ୍ୟ ରହିଛି। ଜୁନ୍‌ ୧ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର କିଛି ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ୨୦ଟି ଜିଲ୍ଲାରେ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ।

ଏଥିସହ ଓଡ଼ିଶାର ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି। ଏପରିସ୍ଥିତିରେ ଉପରୋକ୍ତ ୨୦ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ସହ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

Related Articles

Back to top button