
ଝଡ ବର୍ଷା ନେଇ ୨୪ ଘଣ୍ଟା ପାଇଁ ବିଭିନ୍ନ ଜିଲ୍ଲାକୁ ସତର୍କତା ଜାରି
ଘଡଘଡି ବିଜୁଳି ସହ ଝଡ ବର୍ଷା ନେଇ ସତର୍କତା ଜାରିକରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୨୪ ଘଣ୍ଟା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଏବଂ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।କାଲିପାଇଁ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ପଶ୍ଚିମାଝଡ ସହ ସକ୍ରିୟ ରହିଛି ଟ୍ରପଲାଇନ୍। ମଧ୍ୟାହ୍ନ ପର୍ଯ୍ୟନ୍ତ ଟାଇଁ ଟାଇଁ ଖରା ରହିବ ଏହାପରେ ଅପରାହ୍ନରେ ବଜ୍ରପାତ ସହ ବର୍ଷା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।